www.samajalive.in
Tuesday, December 9, 2025
16.1 C
Bhubaneswar

ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ

କେନ୍ଦୁଝରଗଡ: କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ବୁଧବାର ଏକ ଦୁଷ୍କର୍ମ ମାମଲାର ବିଚାର କରି ଚମ୍ପୁଆ ଥାନା କାଞ୍ଜିଆଶୁଳା ଗ୍ରାମର ପ୍ରକାଶ ଚନ୍ଦ୍ର ନାଏକ(୩୪)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୬ ବର୍ଷିୟା ନାବାଳିକା ପୀଡିତାକୁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ନିମନ୍ତେ ସୁପାରିଶ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ପୀଡିତା ନାବାଳିକା ଜଣକ ଭଣ୍ଡା ହାଇସ୍କୁଲ ହଷ୍ଟେଲରେ ରହି ୧୦ମ ଶ୍ରେଣୀରେ ପାଠ ପଢୁଥିଲା। ଟେଷ୍ଟ ପରୀକ୍ଷା ସରିବା ପରେ ୮ ଜାନୁୟାରୀ ୨୦୧୯ରେ ଘରକୁ ଫେରୁଥିବା ସମୟରେ ତହିଁ ପରଦିନ ରାତି ୧୦ଟାରେ ନିଖୋଜ ହୋଇଥିଲା। ବହୁ ଖୋଜାଖୋଜି କରି ନପାଇବାରୁ ନାବାଳିକାର ବାପା ସଦର ଥାନାରେ ଏକ ନିଖୋଜ ମାମଲା ରୁଜୁ କରିଥିଲେ।

- Advertisement -

ଉକ୍ତ ଏତଲାକୁ ଭିତ୍ତି କରି ସଦର ପୁଲିସ ମାମଲା ରୁଜୁ କରି ତଦନ୍ତ ପରେ ପୀଡିତାକୁ ଅଭିଯୁକ୍ତର ଗ୍ରାମରୁ ଉଦ୍ଧାର କରି ତା’ର ବୟାନ ରେକର୍ଡ କରିଥିଲେ। ପୀଡିତାର ବୟାନ ଅନୁଯାୟୀ ଅଭିଯୁକ୍ତ ତାକୁ ଅପହରଣ କରି ୭ଦିନ ଧରି ଦୁଷ୍କର୍ମ କରିଥିଲା। ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ୧୧ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ସ୍ୱତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories