www.samajalive.in
Saturday, December 6, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ଶିକ୍ଷକ ତାପସ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ତାପସ କୁମାର ଦଳେଇଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନୀତ କରାଯାଇଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଜିଲ୍ଲାରୁ ୫୦ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଚୟନ କରାଯାଇଥିଲା। ସେଥିମଧ୍ୟରୁ ଶିକରପାଇ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ତାପସ କୁମାର ଦଳେଇଙ୍କୁ ଚୟନ କରି ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯାଇଛି। ତାଙ୍କୁ ପ୍ରମାଣ ପତ୍ର, ଟ୍ରଫି ପ୍ରଦାନ କରାଯାଇଛି। ମୋର ପିତାମାତା, ବିଦ୍ୟାଳୟର ପ୍ରଧାନଶିକ୍ଷକ ରଞ୍ଜିତ କୁମାର ଗୀରି, ସମସ୍ତ କର୍ମଚାରୀ, ଛାତ୍ରଛାତ୍ରୀଙ୍କମାନଙ୍କ ସ୍ନେହ ଓ ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ, ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଆଶୀର୍ବାଦ ଯୋଗୁଁ ପୁରସ୍କାର ପାଇଥିବା ଶିକ୍ଷକ ତାପସ କହିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories