www.samajalive.in
Friday, December 12, 2025
15.1 C
Bhubaneswar

କନ୍ଧମାଳ: ୫୪ ଜଣ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର   

ଫୁଲବାଣୀ : ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ୨୦୨୩-୨୪ ଶିକ୍ଷାବର୍ଷ ଏକ ଦୃଷ୍ଟାନ୍ତ ସୃଷ୍ଟି କରିଛି । ଅସାଧାରଣ ସାଧନା , ଦୃଢ ନିଷ୍ଠା , ଏକାଗ୍ରତା ସହିତ ଶିକ୍ଷାର ଅଗ୍ରଗତିରେ ପ୍ରମୁଖ ଅବଦାନ ଅବସରରେ କନ୍ଧମାଳ ଜିଲାର ୫୪ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ସମେତ ଅନ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରଷ୍କାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଦାନ କରାଯାଇଛି । ଏନେଇ ଭୁବନେଶ୍ବରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ମାନପତ୍ର ସହିତ ଟ୍ରଫି ପ୍ରଦାନ କରାଯାଇଛି । ଏଥିରେ ଖଜୁରିପଡ଼ା ସରକାରୀ ନୋଡ଼ାଲ୍‌ ହାଇସ୍କୁଲର ଶିକ୍ଷୟତ୍ରୀ ଭାଗ୍ୟସ୍ମିତା ପାଢୀଙ୍କୁ ସମେତ ଅନ୍ୟ ୫ ଜଣଙ୍କୁ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ କରାଯାଇଥିବାବେଳେ ଶିକ୍ଷୟତ୍ରୀ ପଦ୍ମାଳୟା ବେହେରାଙ୍କ ସମେତ ୩୪ ଜଣଙ୍କୁ ଜିଲା ସ୍ତରୀୟ ପୁରସ୍କାର ପ୍ରଦାନ କରାଯାଇଛି । ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ଓ ସମସ୍ତ ବ୍ଳକ ଶିକ୍ଷା ଅଧିକାରୀ , ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସମେତ ଯେଉଁ ସବୁ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଏହି ପୁରଷ୍କାର ପାଇଛନ୍ତି ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories