www.samajalive.in
Sunday, December 7, 2025
26.1 C
Bhubaneswar

ଶନିବାର ସମ୍ବଲପୁର ଆସୁଛନ୍ତି ମୋଦୀ, ପ୍ରସ୍ତୁତି ଜୋରଦାର

ଭୁବନେଶ୍ୱର: ଶନିବାର ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶ ଯୋଗ ଦେଇ ଜନସାଧାରଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହାସହିତ ସମ୍ବଲପୁର ଆଇଆଇଏମର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି କରାଯାଉଛି। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଯୋଗ ଦେବେ ବୋଲି ଜଣାପଡିଛି ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ ଆଇ.ଆଇ.ଏମର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ୪ ହଜାର ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ନିମନ୍ତ୍ରଣ ରହିଥିବା ଆଇଆଇଏମ ନିର୍ଦ୍ଦେଶକ ପ୍ରଫେସର ମହାଦେଓ ଜୈସ୍ୱାଲ ସୂଚନା ଦେଇଛନ୍ତି । ତେବେ ଏହା ପରେ ଏମସିଏଲର ୪ଟି ପ୍ରକଳ୍ପର ଶିଳାନ୍ୟାସ ହେବ ବୋଲି ଏମସିଏଲ ମହାପ୍ରବନ୍ଧକ ସୂଚନା ଦେଇଛନ୍ତି।

- Advertisement -

ଶନିବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ। ସେଠାରୁ ସ୍ବତନ୍ତ୍ର ହେଲିକପଟରରେ ସମ୍ବଲପୁର ଆଇଆଇଏମ୍ କ୍ୟାମ୍ପସରେ ପହଞ୍ଚିବେ। ସେଠାରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ସହ  ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories