www.samajalive.in
Monday, December 8, 2025
17.1 C
Bhubaneswar

ଆରପାରିରେ ବରିଷ୍ଠ ଅଭିନେତା ସାଧୁ ମେହେର

ମୁମ୍ବଇ: ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦେଶକ ସାଧୁ ମେହେରଙ୍କର ପରଲୋକ ଘଟିଛି। ଶୁକ୍ରବାର ମୁମ୍ବଇସ୍ଥିତ ତାଙ୍କ ବାସଭବନରେ ୮୪ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଏନେଇ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ସୂଚନା ଦେଇଛନ୍ତି।

ବୌଦ୍ଧ ଜିଲା ଗୁଡ଼ଭେଲିପଦର ଗାଁରେ ଜନ୍ମିତ ସାଧୁ ମେହେର ଉଭୟ ହିନ୍ଦୀ ଏବଂ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ବେଶ୍‌ ଖ୍ୟାତି ଅର୍ଜନ କରିଛନ୍ତି। ହିନ୍ଦୀ ସିନେମାରୁ ନିଜ କ୍ୟାରିୟର ଆରମ୍ଭ କରିଥିବା ସାଧୁ ମେହେର ଅନେକ ଲୋକପ୍ରିୟ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ପ୍ରଥମ ଓଡ଼ିଆ ଅଭିନେତା ଭାବେ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିଲେ। ଏହା ବ୍ୟତୀତ ସେ ଏକାଧିକ ଚଳଚ୍ଚିତ୍ରର ନିର୍ଦେଶନା ମଧ୍ୟ ଦେଇଛନ୍ତି। ସିନେଜଗତକୁ ଅତୁଳନୀୟ ଅବଦାନ ପାଇଁ ୨୦୧୭ରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories