www.samajalive.in
Thursday, December 11, 2025
13.1 C
Bhubaneswar

ସାଧୁ ମେହେରଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ପୋଷ୍ଟ କରିଥିବା ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘‘ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଖୁଣ ଅଭିନୟ ଦ୍ୱାରା ସେ ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ିଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡ଼ିଆ ଅଭିନେତା। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।’’

- Advertisement -


ସୂଚନାଯୋଗ୍ୟ, ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦେଶକ ସାଧୁ ମେହେରଙ୍କର ଶୁକ୍ରବାର ମୁମ୍ବଇସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ପରଲୋକ ଘଟିଛି। ଏନେଇ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ସୂଚନା ଦେଇଥିଲେ। ବୌଦ୍ଧ ଜିଲା ଗୁଡ଼ଭେଲିପଦର ଗାଁରେ ଜନ୍ମିତ ସାଧୁ ମେହେର ଉଭୟ ହିନ୍ଦୀ ଏବଂ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ବେଶ୍‌ ଖ୍ୟାତି ଅର୍ଜନ କରିଛନ୍ତି। ହିନ୍ଦୀ ସିନେମାରୁ ନିଜ କ୍ୟାରିୟର ଆରମ୍ଭ କରିଥିବା ସାଧୁ ମେହେର ଅନେକ ଲୋକପ୍ରିୟ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ପ୍ରଥମ ଓଡ଼ିଆ ଅଭିନେତା ଭାବେ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିଲେ। ଏହା ବ୍ୟତୀତ ସେ ଏକାଧିକ ଚଳଚ୍ଚିତ୍ରର ନିର୍ଦେଶନା ମଧ୍ୟ ଦେଇଛନ୍ତି। ସିନେଜଗତକୁ ଅତୁଳନୀୟ ଅବଦାନ ପାଇଁ ୨୦୧୭ରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories