ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି। ଶନିବାର ଭୁବନେଶ୍ବର , କଟକ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି। ରବିବାର ପର୍ଯ୍ୟନ୍ତ ବାଲେଶ୍ବର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡା , କଟକ ଓ ଜଗତସିଂହପୁରର ବିଭିନ୍ନ ଅଞ୍ଚଳରେ ଘନ କୁହୁଡି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେପଟେ ଘନ କୁହୁଡି ଯୋଗୁଁ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟଣା ବି ସାମ୍ନାକୁ ଆସିଛି। ତେବେ ୫ ତାରିଖ ପରଠାରୁ ସେତେ କୁହୁଡିର ପ୍ରଭାବ ରହିବନି। ଶନିବାର ଏବଂ ରବିବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ଏଭଳି ସ୍ଥିତି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Popular Categories



