www.samajalive.in
Friday, December 5, 2025
26.1 C
Bhubaneswar

ବାଙ୍ଗିରିପୋଷିରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ 

ବାଙ୍ଗିରିପୋଷି : ବାଙ୍ଗିରିପୋଷି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦୁର୍ଗାମଣ୍ଡପ ଠାରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ଜନସଚେତନତା କାର୍ଯ୍ୟକ୍ରମ ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କମଳାକାନ୍ତ ଦଳେଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ବାଙ୍ଗିରିପୋଷି ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରିବା ସହିତ ଜନସାଧାରଣଙ୍କୁ ଆମ ଓଡିଶା ନବୀନ ଓଡିଶାର ସର୍ମ୍ପକରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ତହସିଲଦାର ସିତାଂଶୁ ଶେଖର ଦାସ,ଜିଲ୍ଲା ପରିଷଦ ସଭ୍ୟ ରାମଚନ୍ଦ୍ର ମୁର୍ମୁ,ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ସିଂ,ସରପଞ୍ଚ ସୁନୀମଣି ସିଂ,ନାଏବ ସରପଞ୍ଚ ମୀଲନୀ ମଲ୍ଲିକ,ସମାଜସେବୀ ବୀରକିଶୋର ମହାନ୍ତି ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥିତ ଜନ ସାଧାରଣଙ୍କୁ ସଚେତନ କରାଇଥିଲେ । ବ୍ଲକ କନିଷ୍ଠ ଯନ୍ତ୍ରୀ ସଂଜୟ କୁମାର ପଢିଆରୀଙ୍କ ସଂଯୋଜନାରେ ନୃତ୍ୟ,ସଙ୍ଗୀତ ଓ ପାଲା ମାଧ୍ୟମରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖି ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା । ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୂପେଶ କୁମାର ନାଏକ ମଞ୍ଚ ପରିଚାଳନା କରିଥିବା ବେଳେ ପଞ୍ଚାୟତର ସମସ୍ତ ୱ।ର୍ଡସଭ୍ୟ,ପଞ୍ଚାୟତ ରୋଜଗାରସେବକ ନିରଞ୍ଜନ ଅଧିକାରୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories