www.samajalive.in
Saturday, December 6, 2025
26.1 C
Bhubaneswar

ଝାରସୁଗୁଡାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଝାରସୁଗୁଡାରେ ପହଞ୍ଚି ସାରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଝାରସୁଗୁଡାରୁ ସମ୍ବଲପୁର ଯିବେ ପ୍ରଧାନମନ୍ତ୍ରୀ।
୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ ପରିସର ଉଦ୍‌ଘାଟନ ସହ ୬୮ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ବ ମୂଲ୍ୟର ପ୍ରକଳ୍ପଗୁଡ଼ିକର ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ଶ୍ରୀ ମୋଦୀ ସମ୍ବଲପୁରର ରେମେଡରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସମ୍ବଲପୁର ସହର ସାରା ପୁଲିସ ଛାଉଣୀ ହୋଇଛି। ପ୍ରକଳ୍ପ ଲୋକାର୍ପଣ ଓ ଭିତ୍ତି ସ୍ଥାପନ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏବଂ କେନ୍ଦ୍ରର ଅନ୍ତରୀଣ ବଜେଟ୍‌ ଉପସ୍ଥାପନ ପରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଆସୁଥିବାରୁ ଏହି ଗସ୍ତର ଗୁରୁତ୍ବ ବୃଦ୍ଧି ପାଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories