www.samajalive.in
Sunday, December 7, 2025
13.1 C
Bhubaneswar

ବାଲୁଗାଁରେ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ୮ ଯାତ୍ରୀ ଗୁରୁତର

ଖୋାର୍ଦ୍ଧା : ଖୋର୍ଦ୍ଧା ବାଲୁଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌କୁ ପଛରୁ ଏକ ଟ୍ରକ୍ ଧକ୍କା ଦେଇଛି। ଏଥିରେ ୮ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ଯାତ୍ରୀବାହୀ ବସଟି ପ୍ରାୟ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଭୁବନେଶ୍ବର ଅଭିମୁଖେ ଆସୁଥିଲା। ହଠାତ୍ ସୁବୁଦ୍ଧପାଟଣା ଛକରେ ଦ୍ରୁତ ଗତିରେ ଆସୁଥିବା ଏକ ମାଛ ବୋଝେଇ ଟ୍ରକଟି ବସଟିକୁ ପଛରୁ ଧକ୍କା ଦେଇଥିଲା। ଏଥିରେ ଆହତ ହୋଇଥିବା ୮ଜଣ ଯାତ୍ରୀଙ୍କୁ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories