www.samajalive.in
Saturday, December 6, 2025
16.1 C
Bhubaneswar

ଭାଷା ହେଉଛି ଜାତିର ମୁକୁଟ ଓ ଏକତାର ମହାନ ମନ୍ତ୍ର – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଶନିବାର ପୂର୍ବାହ୍ନରେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌‌ଘାଟିତ ହୋଇଛି। ଏହି ଉଦ୍‌‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଷା ହେଉଛି ଜାତିର ମୁକୁଟ ଓ ଏକତାର ମହାନ ମନ୍ତ୍ର। ଆଜିର ଦିନ ଗୌରବର ଦିନ। ସାରା ଓଡିଶା ଏହି ଭାଷା ପାଇଁ ଏକାଠି ହୋଇଛି। ଓଡିଆ ଭାଷାର ଅଧିକ ବ୍ୟବହାର ଉପରେ ଆଲୋଚନା ହେଉଛି। ଆମ ଭାଷାର ଇତିହାସ ଜାଣିବା,ଭବିଷ୍ୟତ ରାସ୍ତା ତିଆରି କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡିଆ ଅସ୍ମିତାର ପରିଚୟ ଏହି ସମ୍ମିଳନୀ। ଏହା ଓଡିଆ ଭାଷାର ପ୍ରଚାର ପ୍ରସାର ମୁଖ୍ୟ ଉଦ୍ଦେଶ୍ୟ। ଏହି ଅବସରରେ ଦୁଇ ଜ୍ଞାନପୀଠ ବିଜେତାଙ୍କୁ ସମ୍ବର୍ଦ୍ଧନା କରାଯାଇଛି। ପଦ୍ମଶ୍ରୀ ପ୍ରତିଭା ରାୟଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ପଦ୍ମବିଭୂଷଣ ଡ.ସୀତାକାନ୍ତ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories