www.samajalive.in
Saturday, December 6, 2025
19.1 C
Bhubaneswar

ଦୁଇ ଦିନିଆ ଆସାମ ଗସ୍ତରେ ପ୍ରଧାନମନ୍ତ୍ରୀ : ୧୧୬୦୦ କୋଟିର ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଉଦ୍‌ଘାଟନ

ଗୁଆହାଟୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଆସାମ ଗସ୍ତରେ ଯାଇ ଶନିବାର ସନ୍ଧ୍ୟାରେ ସେଠାରେ ପହଞ୍ଚିଛନ୍ତି। ଗସ୍ତକାଳରେ ମୋଦୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ୧୧,୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମାଙ୍କ କାର୍ଯ୍ୟାଳୟ ତରଫରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ମୋଦୀ ଗୁଆହାଟୀର ଖାନପାଡା ଭେଟେନାରୀ କଲେଜ ପରିସରରେ ବିରାଟ ଜନସଭାକୁ ସମ୍ବୋଧିତ କରିବା ସହ ୫୦୦ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ‘ମା କାମାକ୍ଷା ଦିବ୍ୟଲୋକ ପରିଯୋଜନା’ ପ୍ରକଳ୍ପ ଏବଂ ନେହେରୁ ଷ୍ଟାଡିୟମ ଆଧୁନିକୀକରଣ ପ୍ରକଳ୍ପର ଶିଳାନ୍ୟାସ କରିବେ। ନେହେରୁ ଷ୍ଟାଡିୟମକୁ ଫିଫା ସ୍ବୀକୃତିପ୍ରାପ୍ତ ଅନ୍ୟ ବିଶ୍ବସ୍ତରୀୟ ଷ୍ଟାଡିୟମରେ ପରିଣତ କରିବାକୁ ୮୩୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଆସାମରେ ୪୩ଟି ସଡକର ଆଧୁନିକୀକରଣ ପାଇଁ ୩୪୪୪ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ମୋଦୀ ଏହି ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହାବ୍ୟତୀତ ସେ ୫୭୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା କରିମଗଞ୍ଜ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି କୁହାଯାଇଛି। ଅନ୍ୟ ପ୍ରକଳ୍ପ ମଧ୍ୟରେ ଗୁଆହାଟୀ ମେଡିକାଲ କଲେଜ ଓ ହସ୍ପିଟାଲର ଭିତ୍ତିଭୂମି ବିକାଶ ପାଇଁ ୩୨୫୦ କୋଟି ବରାଦ କରାଯାଇଛି। ରବିବାର ମୋଦୀ କାମାକ୍ଷା ମନ୍ଦିର ଦର୍ଶନ କରିବାପରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories