ବୌଦ୍ଧ : ବୌଦ୍ଧ ବାଉଁଶୁଣୀ ଥାନା ବହିରା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋକୁ ଏକ ଟ୍ରକ୍ ଧକ୍କା ଦେଇଛି। ଏଥିରେ ୮ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ରବିବାର ଭୋର ସମୟରେ ଟ୍ରକ୍ଟି ସୋନପୁର-ବୌଦ୍ଧ ଅଭିମୁଖେ ଯାଉଥିବାବେଳେ ସାମ୍ନା ପଟୁ ଆସୁଥିବା ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ବୋଲେରୋରେ ଥିବା ୮ଜଣ ଗୁରୁତର ହୋଇଥିଲେ। ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଥିଲେ । ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



