ଭୁବନେଶ୍ବର: ରବିବାର ବିଶ୍ୱ କର୍କଟ ଦିବସ । ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଓ ବିଭିନ୍ନ ସେବା ସଙ୍ଗଠନ ଦ୍ୱାରା ପ୍ରତିବର୍ଷ ଫେବୃଆରୀ ୪ ତାରିଖକୁ ବିଶ୍ୱ କ୍ୟାନ୍ସର ଦିବସ ଭାବେ ପାଳନ କରାଯାଏ । ତେବେ ଚଳିତବର୍ଷ ବିଶ୍ୱ କ୍ୟାନ୍ସର ଦିବସର ବାର୍ତ୍ତା ରହିଛି ‘ଆଇ ଆମ୍ ଆଣ୍ଡ ଆଇ ଉଇଲ୍’। ଭୁଲ୍ ସୂଚନା ଏବଂ ଅନ୍ଧବିଶ୍ୱାସକୁ ଦୂର କରିବା ସହ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ଠିକ୍ ସମୟରେ ରୋଗକୁ ଚିହ୍ନଟ କରି ଏହାର ଚିକିତ୍ସା କରାଗଲେ ଏହି ରୋଗରେ ପୀଡ଼ିତ ରୋଗୀ ସୁସ୍ଥ ହେବାର ଅଧିକ ସମ୍ଭାବନା ରହିଥାଏ। ତମାଖୁ ସେବନ, ମଦ୍ୟପାନ, ଖାଦ୍ୟ ପଦାର୍ଥରେ ରାସାୟନିକ ଦ୍ରବ୍ୟର ବ୍ୟବହାର ଏବଂ କିଛି ଭୂତାଣୁ ଜନିକ ସଂକ୍ରମଣରୁ କର୍କଟ ରୋଗ ହୋଇଥାଏ। ବିଶ୍ୱରେ ୮୦ ଲକ୍ଷରୁ ଅଧିକ ଲୋକ ପ୍ରତିବର୍ଷ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି। କର୍କଟଜନିତ ମୃତ୍ୟୁ ଓ ପୀଡ଼ିତଙ୍କ ସଂଖ୍ୟା ହ୍ରାସ କରିବା ଲାଗି କର୍କଟ ଆକ୍ରାନ୍ତଙ୍କ ସମର୍ଥନରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଏ। କର୍କଟ ରୋଗ ଚିହ୍ନଟ ପରେ ତା’ ସହ ଲଢ଼ିବା ପାଇଁ ସେମିନାର, କ୍ୟାମ୍ପେନ୍, ପଥପ୍ରାନ୍ତ ନାଟକ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଏ।
ବିଶ୍ବ କର୍କଟ ଦିବସ:ମାରାତ୍ମକ କ୍ୟାନ୍ସରର ଭୟାବହତାରୁ ରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ
Popular Categories



