www.samajalive.in
Monday, December 15, 2025
15.1 C
Bhubaneswar

ପ୍ରଥମ ବିଶ୍ୱ ଓଡ଼ିଶା ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସମିତି କାର୍ଯ୍ୟାଳୟଠାରେ  ପ୍ରଥମ ବିଶ୍ୱ ଓଡ଼ିଶା ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ । ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭ ଆରମ୍ଭ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବରିଷ୍ଟ ଅବସରପ୍ରାପ୍ତ ଶିକ୍ଷକ ଭି. ସୂର୍ଯ୍ୟପ୍ରକାଶ ରାଓ, ଗୀତିକାର ଗଗନ ବିହାରୀ ସ୍ୱାଇଁ , ସାହିତ୍ୟିକ ଶ୍ରୀଧର ପଟ୍ଟନାୟକ, ଚକ୍ରଧର ପାଢ଼ୀ, ସୋମନାଥ ଖାଣ୍ଡାରିଆ, ଅନିରୁଦ୍ଧ ସାମନ୍ତରାୟ, ସଂଯୁକ୍ତା ଗୋରଡା, ମଂଯୁକ୍ତା ସିମିଲି, ଅଶୋକ ପ୍ରଧାନ, ପ୍ରିୟରଞ୍ଜନ ଭାରତୀ, ମନୋଜ ନାୟକ, ସହକାରୀ ଯନ୍ତ୍ରୀ ସବ୍ୟସାଚୀ ନାୟକ,ଉପାଧକ୍ଷା ଡମ୍ବରୁ କଞ୍ଜାକା,ସମିତି ସଭ୍ୟା, ଜିଲ୍ଲା କଳା ସଂସ୍କୃତିର ଉପ ସଭାପତି ସନ୍ତୋଷ କୁମାର ବଛା ଉପସ୍ଥିତ ରହିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ନାଚ ଗୀତ ପରିବେଷଣ କରାଯାଇଥିଲା । ସମସ୍ତଙ୍କୁ ପୁରସ୍କୃତ କରାଯାଇଥିଲା ।

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories