www.samajalive.in
Saturday, December 13, 2025
21.1 C
Bhubaneswar

ବିଧାନସଭାରେ ଭାଷା ଆଇନ ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉନ୍ମୋଚିତ

ଭୁବନେଶ୍ବର: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନ ସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ‘ବିଧାନସଭାରେ ଭାଷା ଆଇନ’ ପୁସ୍ତକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି। ବିଭିନ୍ନ ସମୟରେ ଭାଷା ଆଇନ ଉପରେ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଛି। ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ସହ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନକୋୖଶଳରେ ନୂତନ ସମ୍ଭାବନା ସୃଷ୍ଟି କରିବା ଦିଗରେ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା ଯୋଗ୍ୟ ଯେ ୧୯୪୮ମସିହା ରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନା ଠାରୁ ଆରମ୍ଭ କରି ୧୯୫୪ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକ ରେ ସ୍ଥାନିତ ହୋଇଅଛି।
ଏହି ଅବସର ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷା ର ଉନ୍ନତି ପାଇଁ ଆମେ ପ୍ରତିଶୃତିବଦ୍ଧ। ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳ ର ପ୍ରୟୋଗ ରେ ଏ କ୍ଷେତ୍ର ରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତର ରେ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି । ଏହା ଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ରେ ବାନ୍ଧି ହୋଇ ଓଡ଼ିଶା ର ବିକାଶ ରେ ଭାଗିଦାରୀ ହେବେ ବୋଲି ସେ ଆଶା ରଖିଛନ୍ତି।

- Advertisement -

ପୁସ୍ତକ ଟି ଭାଷା ଆନ୍ଦୋଳନ ର ଆବାହକ ପବିତ୍ର ମହରଥା ଙ୍କ ଦ୍ଵାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

Related Articles

Popular Categories