www.samajalive.in
Sunday, December 7, 2025
16.1 C
Bhubaneswar

ରାଜ୍ୟରେ ଶାନ୍ତି ପ୍ରତିଷ୍ଠା ପାଇଁ ସର୍ବୋତ୍ତମ ବୃତ୍ତିଗତ ସେବା ପ୍ରଦାନ କରୁ ପୁଲିସ-ମନ୍ତ୍ରୀ

ଭୁବନେଶ୍ଗର: ତିନି ଦିନ ଧରି ଚାଲିଥିବା ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଆଜି ଅପରାହ୍ନରେ ଷଷ୍ଠ ବାଟାଲିୟନ ପରିସରରେ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ରାଜ୍ୟ ସରକାରଙ୍କ ରାଷ୍ଟ୍ରମନ୍ତ୍ରୀ ସ୍ବରାଷ୍ଟ୍ର, ଇଲେକଟ୍ରୋନିକ ଏବଂ ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା  ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏକ ବର୍ଣ୍ଣାଢ୍ୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ବେହେରା କହିଥିଲେ ଯେ,ପୁଲିସ ବିଭାଗରେ ଅଧିକାରୀ ଏବଂ କର୍ମଚାରୀଙ୍କୁ ଉତ୍ସାହିତ କରିବାକୁ ବୃତ୍ତିଗତ ପ୍ରତିଯୋଗିତା ଆୟୋଜିତ ହୋଇଛି । ଏହି ପ୍ରତିଯୋଗିତା ଦ୍ଵାରା ବିଭିନ୍ନ ଅପରାଧିକ ମାମଲା ଗୁଡିକରେ ବୈଜ୍ଞାନିକପଦ୍ଧତିର ବ୍ୟବହାର କରି ପୁଲିସ ସଫଳତା ଆଣିବ ବୋଲି ଆଶାପ୍ରକଟ କରିଥିଲେ । ଏହା ପୁଲିସର ଆତ୍ମବିଶ୍ବାସ ବୃଦ୍ଧି କରିବା ସହିତ ଜନସାଧାରଣଙ୍କ ଦ୍ଵାରା ଆଦୃତ ଏବଂ ପ୍ରଶଂସାର ପାତ୍ର ହେବ ବୋଲି ସେ ମତବ୍ୟକ୍ତ କରିଥିଲେ ।

ପୁଲିସ ବିଭାଗର ଆଧୁନୀକିକରଣ ନିମନ୍ତେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ଏତଦବ୍ୟତୀତ ୫-ଟି ପରିପ୍ରେକ୍ଷୀରେ ବୈଷୟିକ ବିଜ୍ଞାନକୁ ପ୍ରାଥମିକତା ପ୍ରଦାନ କରାଯାଉଛି ଏବଂ ନୂତନ ଭାବେ ଲାଗୁ ହୋଇଥିବା କ୍ରିମିନାଲ ଆଇନ ନିମନ୍ତେ ଏହାର ପ୍ରୟୋଗ ଭଲ ଭାବେ ପ୍ରସ୍ତୁତ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଥିଲେ । ଆଗାମୀ ଦିନରେ ରାଜ୍ୟ ପୁଲିସ ଅଧିକ ଲୋକାଭିମୁଖୀ ହୋଇ ରାଜ୍ୟବାସୀଙ୍କୁ ନ୍ୟାୟ ଦେବା କ୍ଷେତ୍ରରେ ଭଲଭାବେ କାମ କରିବ ବୋଲି ସେ ଆଶା ପ୍ରକଟ କରିଥିଲେ । ରାଜ୍ୟରେ ଶାନ୍ତି ପ୍ରତିଷ୍ଠା ପାଇଁ ପୁଲିସ ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ସର୍ବୋତ୍ତମ ବୃତ୍ତିଗତ ସେବା ପ୍ରଦାନ କରିବାକୁ ମନ୍ତ୍ରୀ ଶ୍ରୀ ବେହେରା ଆହ୍ଵାନ ଦେଇଥିଲେ । ଏହା ସହ ଉତ୍ତରପ୍ରଦେଶ ଲକ୍ଷ୍ନୌ ଠାରେ ଆୟୋଜିତ ହେବାକୁ ଥିବା ସର୍ବଭାରତୀୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତାରେ ଭାଗ ନେବାକୁ ଯାଉଥିବା ଓଡିଶା ପୋଲିସର ଟିମକୁ ଶୁଭେଚ୍ଛା ଜଣାଇଥିଲେ ।

- Advertisement -

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ  ଅରୁଣ କୁମାର ଷଡଙ୍ଗୀ ନିଜ ବକ୍ତବ୍ୟରେ ବୃତ୍ତିଗତ ଦକ୍ଷତାର ଆବଶ୍ୟକତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ବୃତ୍ତିଗତ ଦକ୍ଷତାକୁ ଉଚ୍ଚକୋଟିର କରିବାକୁ ହେଲେ ମନୋଭାବରେ ପରିବର୍ତ୍ତନ, ଜ୍ଞାନ ଆରୋହଣ କରିବା ନିତ୍ୟାନ୍ତ ଜରୁରୀ ବୋଲି କହିଥିଲେ । ଏହାସହ ପୁରସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତେଜସ୍ଵୀ, ବେଗମାନ, ଚଳମାନ ଏବଂ ଯଶ୍ଵସୀ ହେବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।
କ୍ରାଇମବ୍ରାଞ୍ଚର ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ । ଆଇ.ଜି. (କ୍ରାଇମବ୍ରାଞ୍ଚ) ସଫିନ ଅହମ୍ମଦ କେ ଉପସ୍ଥିତ ଥିଲେ । ଶେଷରେ ବୃତ୍ତିଗତ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ଟ୍ରଫି ପ୍ରଦାନ କରିଥିଲେ । ଏହି ଉଦଯାପନୀ ଉତ୍ସବରେ ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ ଅବସରପ୍ରାପ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

 

 

 

 

 

 

 

 

 

 

 

 

 

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories