www.samajalive.in
Monday, December 8, 2025
17.1 C
Bhubaneswar

ବିଧାନସଭା ଅଧିବେଶନରେ ପୁରୀ ପରିକ୍ରମା ପ୍ରକଳ୍ପକୁ ପ୍ରଂଶସା କଲେ ରାଜ୍ୟପାଳ

ଭୁବନେଶ୍ବର: ସୋମବାରଠାରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କର ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ସହିଦ ଯବାନ ମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ରାଜ୍ୟପାଳ। ପ୍ରଥମେ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି। ଏହା ୮ ଶହ କୋଟିରେ ନିର୍ମାଣ ହୋଇଛି । ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ। ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ଆରମ୍ଭ ହୋଇଛି। ଦୂରଦୂରାନ୍ତରରୁ ଆସୁଥିବା ଭକ୍ତଙ୍କ ପାଇଁ ଯେପରି କୌଣସି ସମସ୍ୟା ଦେଖା ନଦେବ ସେଥିପାଇଁ ପରିକ୍ରମା ପ୍ରକଳ୍ପ ଭଳି ଦୂରଦୃଷ୍ଟି ସମ୍ପନ୍ନ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ଶ୍ରୀମନ୍ଦିରର ଅଦ୍ଭୁତପୂର୍ବ ପରିବର୍ତ୍ତନ ସହ ଐତିହ୍ୟ ଓ ସଂସ୍କୃତିକୁ ସୁରକ୍ଷିତ ଓ ସଂରକ୍ଷିତ ରଖିବା ପାଇଁ ରାଜ୍ୟର ଧର୍ମାନୁଷ୍ଠାନ ଗୁଡିକର ରୂପାନ୍ତରଣ କାମକୁ ପ୍ରାଥମିକତା ଦେଇଛନ୍ତି । ଶ୍ରୀମନ୍ଦିର ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ମଧ୍ୟ ଲୋକାର୍ପିତ ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories