www.samajalive.in
Wednesday, December 10, 2025
16.1 C
Bhubaneswar

ଜିଲାସ୍ତରୀୟ ଭାଷା , ସାହିତ୍ୟ ଓ ସୃଜନଶୀଳ ଉତ୍ସବ

ଫୁଲବାଣୀ,: କନ୍ଧମାଳ ଜିଲା ଫୁଲବାଣୀ ସଦର ମହକୁମା ସ୍ଥିତ ଏଜେଓ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସୋମବାର ଜିଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା କନ୍ଧମାଳ ପକ୍ଷରୁ ଜିଲା ସ୍ତରୀୟ ଉତ୍ସବ ପାଳନ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଉପଜିଲାପାଳ ଜ୍ୟୋତି ଶଙ୍କର ରାୟ ଯୋଗଦେଇ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ।

ଜିଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଶ୍ରୀମତି ନିରୁପମା ଦୋରା , ଫୁଲବାଣୀ ଗୋଷ୍ଠି ଶିକ୍ଷା ଅଧିକାରୀ ରଂଜନ କୁମାର କହଁର , ବରିଷ୍ଠ ଆଇନଜୀବି ବିଜୟ କୃଷ୍ଣ ପଟନାୟକ ପ୍ରମୁଖ ଅତିଥି ଯୋଗଦେଇ ଏହି ଉତ୍ସବ ଉପରେ ମତ ପ୍ରକାଶ କରିଥିଲେ।

- Advertisement -

ଏଜେଓ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ପ୍ରତିଭା ମଂଜରୀ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତି ପାୟଲ ପଟନାୟକ ଅତିଥି ପରିଚୟ ଓ ବରିଷ୍ଠ ଶିକ୍ଷକ ଦିଲୀପ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଅନୁଷ୍ଠିତ କାର୍ଯକ୍ରମରେ ଜିଲାର ୧୨ ଟି ବ୍ଳକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦେଇଥିବା ବେଳେ ଏହି ଅବସରରେ ଚିତ୍ରାଙ୍କନ , ସାଧାରଣ ଜ୍ଞାନ , ବିତର୍କ ଓ ପ୍ରଦଶର୍ନୀରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

ଆଲୋଚନା ଚକ୍ରରେ ଫିରିଙ୍ଗିଆ ପଂଚାୟତ ଉଚ୍ଚ ବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ତ ରଂଜନ ମିଶ୍ର , ଶଙ୍କରାଖୋଲ ମହାବିଦ୍ୟାଳୟର ପ୍ରାଧ୍ୟାପକ ରାମକୃଷ୍ଣ ମହାନ୍ତି ଓ ବି.ଇଡ଼ି ମହାବିଦ୍ୟାଳୟର ସହକାରୀ ପ୍ରଫେସର ଡ଼.ଧନଞ୍ଜୟ ସିଂ ଓ ସୁବକ୍ତା ବିଜୟ କୃଷ୍ଣ ପଟନାୟକ ପ୍ରମୁଖ ଯୋଗଦେଇ ଓଡ଼ିଆ ଭାଷା ଉପରେ ଆଲୋଚନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସମେତ ଜିଲା ଶିକ୍ଷା ଅଧିକାରୀ ଓ ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Related Articles

Popular Categories