ଭୁବନେଶ୍ବର: ମଙ୍ଗଳବାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ ରହିଛି। ଦ୍ବିତୀୟ ଦିନ ବେଶ୍ ସରଗରମ ରହିବା ନେଇ ଆଶା କରାଯାଉଛି। ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ପଞ୍ଚାୟତିରାଜ୍ ଏବଂ ପାନୀୟ ଜଳ , ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ , ଗୃହ ନିର୍ମାଣ ଓ ପୌର ଉନ୍ନୟନ , ଜଙ୍ଗଲ , ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଅବକାରୀ , ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା , ସୂଚନା ଓ ଲୋକ ସମ୍ପର୍କ , ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି। ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ। କଂଗ୍ରେସ ପକ୍ଷରୁ ମୂଲତବୀ ପ୍ରସ୍ତାବ ଆସିପାରେ । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ, ଗୃହରେ ଆଲୋଚନା ହେବ । ସ୍ବଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି। ଅନ୍ୟପଟେ ଓଡିଶା ବିକାଶ ବିଶ୍ବ ଓଡିଆ ସମ୍ମିଳନୀକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରସଙ୍ଗରେ ଭାଗ ନେବା ସହ ବିରୋଧୀଙ୍କ ପ୍ରଶ୍ନର ସଠିକ୍ ମୁକାବିଲା କରିବା ପାଇଁ ବିଜେଡି ବିଧାୟକ ଦଳ ବୈଠକରେ ବିଧାୟକ ମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Popular Categories



