www.samajalive.in
Saturday, December 6, 2025
23.1 C
Bhubaneswar

ଦିଲ୍ଲୀର ୧୦ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢଉ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢଉ କରୁଛି । ମନିଲଣ୍ଡରିଂ ମାମଲାରେ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବୈଭବ କୁମାରଙ୍କ ଘରେ ଇଡି ଚଢଉ କରୁଛି। ଏହାସହ ଦିଲ୍ଲୀ ଜଳବୋର୍ଡର ପୂର୍ବତନ ସଦସ୍ୟ ସଲାଭ କୁମାରଙ୍କ ଘରେ ବି ଚଢଉ ଚାଲିଛି। ରାଜଧାନୀ ଦିଲ୍ଲୀର ୧୦ଟି ସ୍ଥାନରେ ଏକାକାଳୀନ ରେଡ୍ କରାଯାଉଛି। ସେହିପରି ଆମ୍ ଆଦମୀ ପାର୍ଟିର ସାଂସଦ ଏନ୍‌ ଡି ଗୁପ୍ତାଙ୍କ ଘରେ ବି ଚଢଉ ଚାଲିଥିବା ସୂଚନା ରହିଛି। ମନି ଲଣ୍ଡରିଂ ମାମଲାରେ ଆମ୍ ଆଦମୀ ପାର୍ଟିର ସମ୍ପୃକ୍ତି ଅଭିଯୋଗ ଆଧାରରେ ଏହି ରେଡ୍ କରାଯାଉଛି। ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଦ ଦୁର୍ନୀତି ମାମଲାରେ ୫ ଥର ଇଡି ସମନ କରିବା ପରେ ମଧ୍ୟ ସେ  ହାଜର ହୋଇନାହାନ୍ତି। ଏହାକୁ ନେଇ ଇଡି କୋର୍ଟଙ୍କ ଦ୍ବାରସ୍ଥ ହୋଇଛି। ବୁଧବାର ମାମଲାର ଶୁଣାଣି ହେବ। ଦିଲ୍ଲୀ ସମେତ ବାରଣାସୀ ଏବଂ ଚଣ୍ଡିଗଡରେ ମଧ୍ୟ ଚଢଉ ଜାରି ରହିଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories