www.samajalive.in
Monday, December 8, 2025
27.1 C
Bhubaneswar

ଆଇସିସି ମାସର ଶ୍ରେଷ୍ଠ କ୍ରିକେଟର୍‌ ପୁରସ୍କାର ଦୌଡ଼ରେ ସାମର, ପୋପ୍‌

ଦୁବାଇ: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ମାସର ଶ୍ରେଷ୍ଠ କ୍ରିକେଟର୍‌ ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି ସାମର ଜୋସେଫ, ଓଲି ପୋପ୍ ଓ ଜୋସ୍‌ ହାଜେଲଉଡ୍‌। ଜାନୁଆରୀ ମାସର ପ୍ରଦର୍ଶନ ଆଧାରରେ ଏହି ପୁରସ୍କାର ପ୍ରଦାନ କରାଯିବ। ଅଷ୍ଟ୍ରେଲିଆ ବିପକ୍ଷ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳାରେ ସାମର ଜୋସେଫ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ୨ଟି ମ୍ୟାଚ୍‌ରୁ ୧୩ଟି ୱିକେଟ ହାସଲ କରିଥିଲେ। ସେ ଦୁଇଥର ୫ଟି ଲେଖାଏଁ ୱିକେଟ ହାସଲ କରିଥିଲେ। ଦ୍ବିତୀୟ ଟେଷ୍ଟ ମ୍ୟାଚ୍‌ର ଦ୍ବିତୀୟ ଇନିଂସରେ ସାମର ୭ଟି ୱିକେଟ ହାସଲ କରି ୱେଷ୍ଟଇଣ୍ଡିଜକୁ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡର ବ୍ୟାଟସମ୍ୟାନ ଓଲି ପୋପ୍‌ ଦ୍ବିତୀୟ ଇନିଂସରେ ୧୯୬ ରନ୍‌ ସଂଗ୍ରହ କରିଥିଲେ। ଏହି ମ୍ୟାଚ୍‌ରେ ପୋପ୍‌ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ଅନ୍ୟପକ୍ଷରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳାରେ ଅଷ୍ଟ୍ରେଲିଆର ଦ୍ରୁତ ବୋଲର ଜୋସ୍‌ ହାଲେଲଉଡ୍‌ ସର୍ବାଧିକ ୧୪ଟି ୱିକେଟ ହାସଲ କରିଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories