www.samajalive.in
Sunday, December 7, 2025
16.1 C
Bhubaneswar

ବାଣ କାରଖାନାରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ: ଏକାଧିକ ମୃତ୍ୟୁ ଆଶଙ୍କା, ୧୦୦ ଆହତ

ହରଦା: ମଧ୍ୟପ୍ରଦେଶର ହରଦାସ୍ଥିତ ବୈରାଗଡ଼ରେ ଥିବା ବାଣ କାରଖାନାରେ ମଙ୍ଗଳବାର ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟିଛି। ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା ଓ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ କିଛି ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଅପରପକ୍ଷେ, ପ୍ରାୟ ୧୦୦ ଜଣ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି।

ମିଳିଥିବା ସୂଚନା ଅନୁସାରେ, ଏହି କାରଖାନା ମଗରଧା ରୋଡ଼ରେ ଅବସ୍ଥିତ। ଏଠାରେ ପ୍ରାୟ ୧୧ରୁ ୧୫ ବିସ୍ଫୋରଣ ଘଟିଛି। କାରଖାନାରେ ସେ ସମୟରେ ୩୦ରୁ ଊର୍ଦ୍ଧ୍ବ ଶ୍ରମିକ କାମ କରୁଥିଲେ। ଆମ୍ବୁଲାନ୍ସ ଜରିଆରେ ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି।

- Advertisement -

ବାଣ କାରଖାନାରେ ପ୍ରବଳ ବିସ୍ଫୋରଣ ପରେ ଅନେକ କିଲୋମିଟର ପର୍ଯ୍ୟନ୍ତ ଭୂକମ୍ପ ଭଳି କମ୍ପନ ଅନୁଭୂତ ହୋଇଥିଲା। ଅଗ୍ନିଶମ ବାହିନୀ, ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ପୁଲିସ ଅଧିକାରୀ ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories