www.samajalive.in
Sunday, December 7, 2025
14.1 C
Bhubaneswar

କାର ଧକ୍କାରେ ଯୁବକ ମୃତ

କଲମପୁର: କଲମପୁର ଦୁଲକିବନ୍ଧ ମୁଖ୍ୟ ରାସ୍ତାର ବଡକୁଟୃ ହୋମିଓପାଥି ଚିକିତ୍ସାଳୟ ସମ୍ମୁଖରେ ମଙ୍ଗଳବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ କାର ଧକ୍କାରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ସାନକୁଟୃ ଗ୍ରାମର ବଳିଷ୍ଠ କୁମାର ନାମକ ଯୁବକ ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଏକ କାର ତାଙ୍କୁ ଧକ୍କା ଦେଇଥିଲା। ଏହାସହ କାରଟି ଯାଇ ଚିକିତ୍ସାଳୟର କାନ୍ଥରେ ପିଟି ହୋଇଥିଲା। ଗୁରୁତର ଅବସ୍ଥାରେ ବଳିଷ୍ଠ ପଡ଼ି ରହିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇବା ପରେ ବଡକୁଟୃ ପୁଲିସ ଫାଣ୍ଡି ଅଧିକାରୀ ଶିବ ଶଙ୍କର ମହାନ୍ତି ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ବଳିଷ୍ଠଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ ଏବଂ ଏକ କାର ଯୋଗେ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ତେବେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ପକ୍ଷରୁ ଦୁର୍ଘଟଣା ଘଟାଇଥିବା କାରକୁ ଜବତ କରାଯାଇଛି। ଅନ୍ୟପଟେ ସ୍ୱାସ୍ଥ୍ୟକେନ୍ଦ୍ରରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରିଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories