www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶାକୁ ଆସି ବହୁତ ଭଲ ଲାଗୁଛି, ଘୃଣାର ବଜାର ଆଗରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ-ରାହୁଲ ଗାନ୍ଧୀ

ଭୁବନେଶ୍ବର: ଓଡ଼ିଶାରେ ରାହୁଲ ଗାନ୍ଧୀ। ଓଡ଼ିଶାରେ ପହଞ୍ଚିଲା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ଯାତ୍ରା। ଝାଡ଼ଖଣ୍ଡରୁ ଆସି ବୀରମିତ୍ରପୁରରେ ପହଞ୍ଚିଲେ ରାହୁଲ ଗାନ୍ଧୀ। ବୀରମିତ୍ରପୁର ସଭାରେ ରାହୁଲ ଗାନ୍ଧୀଙ୍କ ଅଭିଭାଷଣ ରଖି କହିଛନ୍ତି ଯେ ଓଡ଼ିଶାକୁ ଆସି ବହୁତ ଭଲ ଲାଗୁଛି। ଘୃଣାର ବଜାର ଆଗରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ। ଭାରତକୁ ଯୋଡ଼ିବା ମୋର ଏହି ଯାତ୍ରାର ମୂଳ ଉଦେଶ୍ୟ। ଆଦିବାସୀ, ଦଳିତ, କୃଷକ, ମହିଳାଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ଏ ଯାତ୍ରା। ଆଗାମୀ ୩ ଦିନ ଯାଏଁ ଓଡ଼ିଶାରେ ରହିବି, ଲୋକଙ୍କ କଥା ଶୁଣିବି ବୋଲି ରାହୁଲ ଗାନ୍ଧୀ ପ୍ରକାଶ କରିଛନ୍ତି।

ମଙ୍ଗଳବାର ଓଡିଶାରେ ପହଞ୍ଚିଛି ଭାରତ ଯୋଡ ନ୍ୟାୟ ଯାତ୍ରା। ସୁନ୍ଦରଗଡ, ରାଉରକେଲା ଓ ଝାରୁସୁଗୁଡାରେ ୩ ଦିନ ଚାଲିବ ରାହୁଲଙ୍କ ଯାତ୍ରା । ଏହି ସମୟରେ ସେ ପଦ ଯାତ୍ରା ସହ ଜନସଭା ବି କରିବେ । ସେଠାରୁ ୧୧ କିଲୋମିଟର ଯାତ୍ରା କରି ରାହୁଲ ଗାନ୍ଧୀ ରାମପାଲର ବିଜାବାହାଲଠାରେ ରାତ୍ରିଯାପନ କରିବେ। ରାହୁଲଙ୍କ ନ୍ୟାୟ ଯାତ୍ରା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ରାହୁଲଙ୍କ ଯାତ୍ରାକୁ ସଫଳ କରିବା ପାଇଁ କଂଗ୍ରେସର ବରିଷ୍ଠ ନେତାମାନେ ରାଉରକେଲାରେ ଡେରା ପକାଇଛନ୍ତି। ଫେବୃଆରୀ ୭ ତାରିଖ ସକାଳ ୯ ଟାରେ ରାଉରକେଲା ଉଦିତନଗରଠାରୁ ଏହି ଯାତ୍ରା ଆରମ୍ଭ ହୋଇ ପାନପୋଷ ଛକଠାରେ ପହଞ୍ଚିବ ଏବଂ ସକାଳ ୧୦ଟାରେ ରାହୁଲ ଗାନ୍ଧି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ ରାହୁଲ ଗାନ୍ଧୀ। ଏହାପରେ ବିର୍ସାମୁଣ୍ଡା ପଡିଆରେ କଂଗ୍ରେସ ସାଂସଦ ମଧ୍ୟାହ୍ନ ଭୋଜନ କରିବାର ବ୍ୟବସ୍ଥା ରହିଛି ।

- Advertisement -

ଅପରାହ୍ନ ୨ ଟାରେ ରାଣୀବନ୍ଧଠାରୁ ପୁଣି ଯାତ୍ରା ଆରମ୍ଭ ହେବ। ସେଠାରୁ ୧୪ କିଲୋମିଟର ଦୂର କୁତ୍ରା ଠାରେ ରାହୁଲ ଗାନ୍ଧୀ ଉଦ୍‌ବୋଧନ ଦେବେ। ଏହାପରେ ଅପରାହ୍ନ ୪ଟା ୩୦ରେ ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରେ ପଦଯାତ୍ରା ପହଞ୍ଚିବ। ଷ୍ଟାଡିୟମ ଛକ ଓ ସୁନ୍ଦରଗଡ଼ ଏସବିଆଇ ଛକ ହୋଇ ପଦଯାତ୍ରା ଚାଲିବ । ସେଠାରୁ ୨୬ କିଲୋମିଟର ଦୂର ଝାରସୁଗୁଡ଼ା ଆମଲିପାଲିଠାରେ ରାହୁଲ ଗାନ୍ଧୀ ରାତ୍ରି ରହଣୀ କରିବେ। ଫେବୃଆରୀ ୮ ତାରିଖ ସକାଳ ୮ ଟାରୁ ଝାରସୁଗୁଡ଼ାସ୍ଥିତ ମହାତ୍ମା ଗାନ୍ଧୀ ଛକ ପୁରୁଣା ବସଷ୍ଟାଣ୍ଡଠାରୁ ଯାତ୍ରା ଆରମ୍ଭ ହୋଇ ବେହେରା ମାଳରେ ସାଧାରଣ ଲୋକଙ୍କୁ ସମ୍ବୋଧନ କରିବେ । ସେହିଠାରୁ ଯାଇ କୁରେଇମଲରେ ମଧ୍ୟାହ୍ନ ଭୋଜନ କରିବେ ରାହୁଲ ଗାନ୍ଧୀ। ଏହାପରେ ଅପରାହ୍ନ ୨ଟାରେ କନକତୋରାରୁ ବାହାରି ଓଡ଼ିଶା ଛାଡି ରାହୁଲ ଗାନ୍ଧୀ ଛତିଶଗଡରେ ପ୍ରବେଶ କରିବେ ବୋଲି ସୂଚନା ମିଳିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories