www.samajalive.in
Monday, December 8, 2025
24.1 C
Bhubaneswar

‘ମୁଖ୍ୟମନ୍ତ୍ରୀ କଳାକାର ଯୋଜନା’ରେ ସାମିଲ ହେବେ ଆଉ ତିରିଶ ହଜାର କଳାକାର, ହିତାଧିକାରୀଙ୍କ ସଂଖ୍ୟା ୫୦ ହଜାରରୁ ବଢ଼ି ୮୦ ହଜାରକୁ ବୃଦ୍ଧି

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ତିରିଶ ହଜାର କଳାକାର ଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା। ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାର ଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ଛନ୍ତି।

ଏହି ଯୋଜନାରେ ୫୦,୦୦୦ କଳାକାର ମାନଙ୍କୁ ମାସିକ ୧୨୦୦ ଟଙ୍କା(ବାର ଶହ ଟଙ୍କା) ସହାୟତା ରାଶି ପ୍ରଦାନ କରାଯାଉଛି। ବର୍ତ୍ତମାନ ଏହି ଯୋଜନା ର ହିତାଧିକାରୀ ଙ୍କ ସଂଖ୍ୟା ୫୦ ହଜାରରୁ ୮୦ ହଜାରକୁ ବୃଦ୍ଧି କରା ଯାଇଛି । ଏହା ଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଏଥିରେ ଉପକୃତ ହେବେ । ଆମର ଲୋକକଳା ଗୁଡିକ ଆମ ଜାତିର ଅସ୍ମିତା ଅଟନ୍ତି ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି ।

- Advertisement -

ଏହି ଯୋଜନାରେ ଅଧିକ କଳାକାର ଙ୍କୁ ସାମିଲ କରାଯିବା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories