ମଧ୍ୟପ୍ରଦେଶ ବାଣ କାରଖାନା ଦୁର୍ଘଟଣା, ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ହରଦାଠାରେ ବାଣ କାରଖାନା ଦୁର୍ଘଟଣାରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ମୋଦୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସ୍ଥାନୀୟ ପ୍ରଶାସନ କ୍ଷତିଗ୍ରସ୍ତଙ୍କୁ ସହାୟତା କରୁଛି ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

Comments are closed.