www.samajalive.in
Sunday, December 7, 2025
16.1 C
Bhubaneswar

ପୁଣି ପାକିସ୍ତାନରେ ବିସ୍ଫୋରଣ ; ୧୨ ମୃତ

ଇସଲାମାବାଦ : ପାକିସ୍ତାନରେ ପୁଣି ବିସ୍ଫୋରଣରେ ଏକାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବୁଧବାର ବଲୁଚିସ୍ତାନ ପ୍ରାନ୍ତରେ ଜଣେ ସ୍ୱାଧୀନ ପ୍ରାର୍ଥୀଙ୍କ କାର୍ଯ୍ୟାଳୟ ବାହାରେ ବିସ୍ଫୋରଣରେ ୧୨ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ଅନେକ ଲୋକେ ଆହତ ହୋଇଛନ୍ତି। ଏହି ବିସ୍ଫୋରଣ ବଲୁଚିସ୍ତାନର ପଶ୍ଚିମ ଜିଲା ଖାନୋଜଇ କ୍ଷେତ୍ରରେ ସ୍ଥିତ ସ୍ୱାଧୀନ ପ୍ରାର୍ଥୀଙ୍କ କାର୍ଯ୍ୟାଳୟ ବାହାରେ ଘଟିଛି।
ପୁଲିସ ଠାରୁ ମିଳିଥିବା ସୂଚନାନୁଯାୟୀ, ବୋମାଟି ପ୍ରାର୍ଥୀଙ୍କ କାର୍ଯ୍ୟାଳୟ ବାହାରେ ଏକ ବ୍ୟାଗ୍‌‌ରେ ରଖାଯାଇଥିଲା।ଯେଉଁଥିରେ ନିର୍ଦ୍ଦିଷ୍ଟ ସମୟ ଦିଆଯାଇଥିଲା।
ପାକିସ୍ତାନରେ ଫେବ୍ରୁଆରୀ ୮ରେ ସାଧାରଣ ନିର୍ବାଚନ ହେବାକୁ ଥିବା ବେଳେ ବଲୁଚିସ୍ତାନରେ ହିଂସା ଚରମ ସୀମାରେ ପହଞ୍ଚିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories