www.samajalive.in
Saturday, December 6, 2025
19.1 C
Bhubaneswar

ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା: ୧୫ ଯାତ୍ରୀ ଆହତ

ବାଲେଶ୍ବର: ପୁରୀରୁ ବାଙ୍କୁଡା ଫେରୁଥିବା ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାବା ସୋନା ଟ୍ରାଭେଲ୍ସ ବସ୍ ବାଲେଶ୍ବରରେ ଦୁର୍ଘଟଣାଗ୍ରସ୍ତ ହୋଇଥିବାର ସୂଚନା ମିଳିଛି। ୬୦ ନମ୍ବର ଜାତୀୟ ରାଜପଥ ନିଧିପଣ୍ଡା ନିକଟରେ ଏହି ଦୁର୍ଘଟଣା ଘଟିଛି। ବସ୍ ରେ ୬୫ରୁ ଅଧିକ ଯାତ୍ରୀ ଥିଲେ। ଏଥିରେ ୧୫ରୁ ଅଧିକ ଯାତ୍ରୀ ସାମାନ୍ୟ ଆହତ ହୋଇ ବାଲେଶ୍ବର ଜିଲ୍ଲା ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୂତାବକ ବସର ଆଗ ଚକା ଫାଟି ଯିବାରୁ ଭାରସାମ୍ୟ ହରାଇ ବସ୍ ଟି ସାମ୍ନା ପଟୁ ଆସୁଥିବା ଡମ୍ପରକୁ ଧକ୍କା ଦେଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories