www.samajalive.in
Sunday, December 7, 2025
14.1 C
Bhubaneswar

ଗୁରୁବାର ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ବର: ଗୁରୁବାର ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଗୁରୁବାରଠାରୁ ଫେବୃଆରୀ ୧୫ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ରର ଯାଞ୍ଚ ହେବ । ସେହିଭଳି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ। ୨୭ ଫେବୃଆରୀ ସକାଳ ୯ଟାରୁ  ୪ଟା ଯାଏଁ ଭୋଟ୍ ଗ୍ରହଣ ହେବ । ସେହିଦିନ ଅପରାହ୍ନ ୫ଟାରୁ ଭୋଟ୍ ଗଣତି କରାଯିବ । ଓଡିଶାର ୩ ରାଜ୍ୟସଭା ସିଟ୍ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ ତାରିଖରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ , ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଏବଂ ଅମର ପଟ୍ଟନାୟକଙ୍କର କାର୍ଯ୍ୟକାଳ ସରୁଛି। ଓଡିଶା ସମେତ ୧୫ ଟି ରାଜ୍ୟର ୫୬ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ । ଓଡିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories