www.samajalive.in
Saturday, December 6, 2025
17.1 C
Bhubaneswar

ପୁଣି ରେପୋ ରେଟ୍‍ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତିରେ ପୁଣି ଅପରିବର୍ତ୍ତିତ ରହିଛି ରେପୋ ରେଟ୍‍ । ଗୁରୁବାର ଭାରତୀୟ ରିଜର୍ଭ ବ୍ୟାଙ୍କର ମନିଟାରୀ ପଲିସି କମିଟି ମିଟିଂରେ ନିଆଯାଇଥିବା ନିଷ୍ପତି ଅନୁସାରେ ରେପୋ ରେଟ୍‍ ୬.୫ ପ୍ରତିଶତ ରହିଛି । ଏନେଇ ଘୋଷଣା କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ୨୦୨୩ ଫେବୃଆରୀ ୮ରେ ରେପୋ ରେଟକୁ ୬.୫କୁ ବୃଦ୍ଧି କରିଥିଲେ ରିଜର୍ଭ ବ୍ୟାଙ୍କ । ଗତ ବର୍ଷ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ହାର ୭.୪୪ ପ୍ରତିଶତ ରହିଥିବା ବେଳେ ଚଳିତ ବର୍ଷ ଏହି ହାର ହ୍ରାସ ପାଇଛି । ଡିସେମ୍ବରରେ ଏହି ହାର ୫.୬୯ ପ୍ରତିଶତ ରହିଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories