www.samajalive.in
Sunday, December 14, 2025
14.1 C
Bhubaneswar

ମେଟ୍ରୋ ରେଳ ଷ୍ଟେସନ କାନ୍ଥ ଭୁଶୁଡି ୫ ଆହତ, ଜଣେ ମୃତ

ଡେସ୍କ: ଦିଲ୍ଲୀ ମେଟ୍ରୋର ପିଙ୍କ ଲାଇନରେ ଥିବା ଗୋକୁଳପୁରୀ ମେଟ୍ରୋ ଷ୍ଟେସନରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିବା ବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି। ଅବହେଳା ପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମ ୨ ଜଣ ଅଧିକାରୀ, ଜଣେ ମ୍ୟାନେଜର ଏବଂ ସିଭିଲ ବିଭାଗର ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ନିଲମ୍ବନ କରିଛି। ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ଓ ଗୁରୁତର ଆହତଙ୍କୁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛି ମେଟ୍ରୋ ରେଳ ନିଗମ। ଏହାବ୍ୟତୀତ ମେଟ୍ରୋ ରେଳ ନିଗମ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛି।

ଦିନେ ଥିଲେ ଡେଲିଭରୀ ବୟ, ଆଜି କୋଟି କୋଟି ଟଙ୍କାର ମାଲିକ

- Advertisement -

ମେଟ୍ରୋ ରେଳ ଅଧିକାରୀ କହିଛନ୍ତି ଯେ ଡାକ୍ତରଖାନାରେ ଆହତମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ସୁନିଶ୍ଚିତ କରାଯାଉଛି। ରେଳ ନିଗମର ସୁରକ୍ଷାକୁ ଦୃଷ୍ଟିରେ ରଖି ଗୋକୁଳପୁରୀ ଷ୍ଟେସନରେ କେବଳ ଗୋଟିଏ ଦିଗରେ ଟ୍ରେନ୍ ଚଳାଚଳ କରାଯାଉଛି। ଅନ୍ୟ ସବୁ ପିଙ୍କ ଲାଇନରେ ଟ୍ରେନ୍ ଚଳାଚଳ ସ୍ବାଭାବିକ ରହିଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories