www.samajalive.in
Sunday, December 7, 2025
13.1 C
Bhubaneswar

ଭି.ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଛି । ରାଣୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲ୍ଲିକୋଟ ଓ କବିସୂର‌୍ୟ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

 

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories