www.samajalive.in
Sunday, December 14, 2025
19.1 C
Bhubaneswar

ଲାଞ୍ଜିଗଡରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ କାୟାକଳ୍ପ ଟିମ

ଲାଞ୍ଜିଗଡ : ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅନେକ ସଫଳତା ହାସଲ କରିଥିବା କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅନ୍ତର୍ଗତ ଲାଞ୍ଜିଗଡରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ ଆଜି ଦୁଇଜଣିଆ କାୟାକଳ୍ପ ଟିମ ଆସିବା ସହିତ ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ବ୍ୟବସ୍ଥା ତଦାରଖ କରି ସନ୍ତୋଷ ବ୍ୟକ୍ତ କରିଛନ୍ତି। କାୟାକଳ୍ପ ଟିମର ଦୁଇଜଣିଆ ସଦସ୍ୟଙ୍କ ମଧ୍ୟରେ ଇନଚାର୍ଜ ଡିପିଏମ ଭବାନୀଶଙ୍କର ସାହୁ, ସହକାରୀ ଆଶା ମ୍ୟାନେଜର ମିନାକ୍ଷୀ ମହାନ୍ତି ଆଜି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ଏହି ଅବସରରେ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଅନ୍ତର୍ୟ୍ୟାମୀ ରଣା, ଫାର୍ମାସିଷ୍ଟ ରବୀନ୍ଦ୍ର କୁମାର ସାହୁ, ସିଏଚଓ ନିରୁପମା ନାୟକ, ସୁଷମା ଦାସ, ରମେଶ ନାଏକ, ଭୀଷ୍ମ ବାଗ, କୃଷ୍ଣ ନାଏକ ପ୍ରମୁଖ କାୟାକଳ୍ପ ଟିମକୁ ସ୍ୱାଗତ କରିବା ସହିତ ସ୍ଵାସ୍ଥ୍ୟକେନ୍ଦ୍ର ବୁଲି ଦେଖାଇଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories