www.samajalive.in
Sunday, December 7, 2025
14.1 C
Bhubaneswar

ଚାଲାଣ ପାଇଁ ପ୍ରସ୍ତୁତି ବେଳେ ମାଡି ବସିଲା ପୁଲିସ ; ବାଇକ ସହ ୧୦୪ କିଲୋ ଗଞ୍ଜେଇ ଜବତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଥାନା ଏବଂ ଫିରିଙ୍ଗିଆ ଥାନା ପକ୍ଷରୁ ଗଞ୍ଜେଇ କଟା ଅଭିଯାନ ଜାରି ରହିଥିବା ବେଳେ  ଗଞ୍ଜେଇ ମାଫିଆ ମାନେ ବେଧଡକ ଭାବରେ ଗଞ୍ଜେଇ ଚାଲାଣ କରିଚାଲିଛନ୍ତି। ତେବେ ଗୋଛାପଡା ପୁଲିସ ୩ଟି ବାଇକ ସହ ୧୦୪ କିଲୋ ଗଞ୍ଜେଇ ଧରିବାରେ ସଫଳ ହୋଇଥିବା ବେଳେ ଘଟଣା ସ୍ଥଳରୁ ବାଇକ ସହ ଗଞ୍ଜେଇ ଛାଡି ମାଫିଆ ମାନେ ଫେରାର ହୋଇଯାଇଛନ୍ତି।
ପୁଲିସର ସୂଚନା ଅନୁସାରେ କୌଣସି ସୂତ୍ରରୁ ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା ଖବର ପାଇ ଗୋଛାପଡା ଥାନା ଅଧିକାରୀ ପ୍ରଭାତ କୁମାର ବେହେରାଙ୍କ ନେତୃତ୍ୱରେ ଏକ ଟିମ ଗୋଛାପଡା ଥାନା ଟକେରିଗୁଡା ନାଳ ନିକଟରେ ଚଢ଼ାଉ କରିଥିଲେ। ପୁଲିସକୁ ଦେଖି ମାଫିଆ ମାନେ ଗାଡି ସହ ଗଞ୍ଜେଇକୁ ଛାଡି ଫେରାର ହୋଇଯାଇଥିଲେ। ଗୁରୁବାର ଗୋଛାପଡା ଥାନାରେ ଏହି ଘଟଣାକୁ ନେଇ ୨୪/୨୦୨୪ରେ ଏକ ମାମଲା ରୁଜୁ କରି ଜବତ ବାଇକ ସହ ଗଞ୍ଜେଇକୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଭାତ କୁମାର ବେହେରା ସୂଚନା ଦେଇଥିବା ବେଳେ ଫେରାର ଅଭିଯୁକ୍ତ ମାନଙ୍କ ପରିଚୟ ମିଳି ସାରିଛି। ସେମାନଙ୍କୁ ମଧ୍ୟ ଖୁବଶୀଘ୍ର ଧରାଯିବ ବୋଲି ସୂଚନା ଦେଇଛନ୍ତି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories