www.samajalive.in
Saturday, December 6, 2025
15.1 C
Bhubaneswar

ଓଡ଼ିଶାରେ ଇଭି କାରଖାନା କରିବ ଜେଏସଡବ୍ଲ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା ପ୍ରସ୍ତୁତ କରିବ ଜେଏସଡବ୍ୟୁ । ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜେଏସଡବ୍ଲ୍ୟୁ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ, ଶିଳ୍ପମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ଓଡ଼ିଶାରେ ପ୍ରଥମ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ କାରଖାନା କଟକର ନରାଜ ଠାରେ ନିର୍ମାଣ ହେବାକୁ ଯାଉଛି । ଫଳରେ ରାଜ୍ୟରେ ଉତ୍ପାଦନ ହେବ ଇଭି ଯାନ । ଏଥିପାଇଁ ୪୦ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ, ଏଥିରେ ୧୧ହଜାରରୁ ଅଧିକ ଯୁବଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଗ୍ରୀନ ଏନର୍ଜି ଉପରେ ଫୋକସ ରଖିଛନ୍ତି । ଇଭି ପାଇଁ ନରାଜ ଠାରେ କମ୍ପାନୀକୁ ୯ଶହ ଏକର ଜମି ଯୋଗାଇ ଦିଆଯାଇଛି । ସେହିପରି ପାରାଦୀପରେ କମ୍ପାନୀ ଇଭି ପାଇଁ ବ୍ୟାଟେରୀ ନିର୍ମାଣ କରିବ ।

 

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories