www.samajalive.in
Monday, December 8, 2025
20.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ସୋର : ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ଜଣେ ଗୁରୁତର ହୋଇଛନ୍ତି। ମଙ୍ଗଳବାର ବାଲେଶ୍ବର ଜିଲା ସୋର ଥାନା ଅନ୍ତର୍ଗତ ମଙ୍ଗଳପୁର ରାସ୍ତା ଆଙ୍ଗଳା ଛକରେ ଏହି ସଡକ ଦୁର୍ଘଟଣା ଘଟିଛି। ବାଇକରେ ଦୁଇ ଜଣ ଯୁବକ ଯାଉଥିବା ବେଳେ ତାଙ୍କ ଉପରେ ଟ୍ରକଟି ଚଢି ଯାଇଥିଲା। ଘଟଣାସ୍ଥଳରେ ଗୁଡପାଖରା ଗ୍ରାମର ପ୍ରଶାନ୍ତ ପରିଡାଙ୍କ ମୃତ୍ୟୁ ହୋଇଛି। ସେହି ଗ୍ରାମର କାଳିଆ ରାଉତ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତକ ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ଟ୍ରକଟି ପଥର ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories