www.samajalive.in
Monday, December 8, 2025
17.1 C
Bhubaneswar

ଅଖା ବସ୍ତାରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ

ଯାଜପୁର: ନଦୀକୂଳରୁ ବସ୍ତା ଭିତରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଯାଜପୁର ମଙ୍ଗଳପୁର ଥାନା କୁଅଁରସାହି ନିକଟ ବୈତରଣୀ ନଦୀକୂଳରୁ ଏହି ମୃତଦେହ ଉଦ୍ଧାର କରାଯାଇଛି। ରବିବାର ସକାଳୁ ସ୍ଥାନୀୟ ଲୋକ ମୃତଦେହ ପଡିଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ତେବେ ପାରିପାର୍ଶିକ ଅବସ୍ଥାକୁ ଦେଖି ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି । କାରଣ ଜବତ ଅଖା ବସ୍ତା ଟି ନଦୀ ପଠାରେ ପଡିରହିଛି । ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନି। ତେବେ କେହି ଦୁର୍ବୁତ୍ତ ପ୍ରଥମେ ହତ୍ୟା କରିବା ପରେ ମୃତଦେହକୁ ନଦୀପଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ମଙ୍ଗଳପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories