www.samajalive.in
Wednesday, December 10, 2025
16.1 C
Bhubaneswar

ବିଷ ପିଇ ମହିଳାଙ୍କ ଆତ୍ମହତ୍ୟା

କଲମପୁର: ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଷ ପାନ କରି ଚିକିତ୍ସାଧିନ ଥିବା ଜଣେ ମହିଳାଙ୍କର ରବିବାର ମୃତ୍ୟୁ ଘଟିଛି। ମହିଳା ଜଣକ କଲମପୁର ବ୍ଲକ ଅଧିନସ୍ଥ ମାଟିଖାଲ ଗ୍ରାମର ୫୫ ବର୍ଷୀୟା ଲୋଚନୀ ହଂସ।

ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତିରେ ମାଟିଖାଲ ଗ୍ରାମର ଲୋଚନୀ ହଂସ ପାରିବାରିକ ଅଶାନ୍ତି କାରଣରୁ ବିଷ ପିଇ ଗୁରୁତର ହୋଇଥିଲେ। ପରିବାର ଲୋକ ତାଙ୍କୁ ପ୍ରଥମେ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ବିଳମ୍ବିତ ରାତିରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ଚିକିତ୍ସାଧିନ ଅବସ୍ଥାରେ ଲୋଚନୀଙ୍କ ମୃତ୍ୟୁ ଘଟିଛି। ଏନେଇ କଲମପୁର ପୁଲିସକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ସୂଚନା ମିଳିଛି। କଲମପୁର ପୁଲିସ ଏକ ଅପମୃତ୍ୟୁଜନିତ ମାମଲା ରୁଜୁ କରିଛି। ବଡକୁଟୃ ପୁଲିସ ଫାଣ୍ଡି ଅଧିକାରୀ ଏସ.ଆଇ ଶିବଶଙ୍କର ମହାନ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ମୃତଦେହ ଜବତ କରିଛନ୍ତି। ମୃତଦେହ ପଞ୍ଚନାମା କରିବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇଥିଲେ। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି।

Hot this week

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

Related Articles

Popular Categories