www.samajalive.in
Sunday, December 14, 2025
15.1 C
Bhubaneswar

ପିକଅପ ଭ୍ୟାନ ଓଲଟି ୨ ଶ୍ରମିକ ମୃତ, ୪୦ରୁ ଅଧିକ ଗୁରୁତର

ଧର୍ମଗଡ଼: ପିକଅପ ଭ୍ୟାନ ଓଲଟି ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୪୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୋଲାମୁଣ୍ଡା ଥାନା ଡୋକରିପଡ଼ା ନିକଟରେ ପିକଅପ ଭ୍ୟାନଟି ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୨୫ଜଣ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣା ଖବର ପାଇ ସ୍ଥାନୀୟ ଲୋକଙ୍କ ସହିତ ଦମକଳ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟକୁ ତ୍ବରାନ୍ବୀତ କରିଥିଲେ। ଗୁରୁତର ଙ୍କୁଉଦ୍ଧାର କରିବା ପରେ ସେମାନଙ୍କୁ ଧର୍ମଗଡ଼, ଜୁନାଗଡ଼, ଭବାନୀପାଟଣା ହସ୍ପିଟାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରିଥିଲେ।
ଏହି ପିକଅପ ଭ୍ୟାନରେ ୬୦ରୁ ଅଧିକ ଶ୍ରମିକ ଚାଷ କରି ଫେରିବାବେଳେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories