www.samajalive.in
Sunday, December 7, 2025
16.1 C
Bhubaneswar

ଯୁବକଙ୍କ ହୃତ୍‌ପିଣ୍ଡରୁ ବାହାରିଲା ୪.୫ ଇଞ୍ଚର ଛୁଞ୍ଚି

କଟକ: କଟକ ଏସସିବି ମେଡିକାଲରେ ବିରଳ ଅସ୍ତ୍ରୋପଚାର କରାଯାଇଛି। କାର୍ଡିଓ ଥୋରାସିସ ଆଣ୍ଡ୍ ଭାସ୍କୁଲାର ସର୍ଜରି ବିଭାଗରେ ରବିବାର ଏକ ଜଟିଳ ଅସ୍ତ୍ରୋପଚାର ସଫଳ ହୋଇଛି । ଭୁବନେଶ୍ୱର ଭିଏସ୍ଏସ୍ ନଗର ଅଞ୍ଚଳର ନିବାସ ଶର୍ମା ଶୋଇଥିବାବେଳେ ଅସାବଧାନତା କାରଣରୁ ତାଙ୍କ ଛାତିରେ ୪.୫ ଇଞ୍ଚର ଏକ ଛୁଞ୍ଚି ପଶିଯାଇଥିଲା। ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ କିଛି ସୁଫଳ ମିଳିନଥିଲା। ବାଧ୍ୟ ହୋଇ ପରିବାର ଲୋକ ତାଙ୍କୁ କଟକ ଏସସିବି ମେଡିକାଲକୁ ନେଇଥିଲେ। ତାଙ୍କୁ କାର୍ଡିଓ ଥୋରାସିସ୍ ବିଭାଗରେ ଭର୍ତ୍ତି କରାଯାଇଥିଲା। ସେଠାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଅସ୍ତ୍ରୋପଚାର କରି ନିବାସଙ୍କର ହୃତ୍ପିଣ୍ଡର ବାମଭାଗରେ ରହିଥିବା ଛୁଞ୍ଚିକୁ କାଢିଥିଲେ। ସିଟିଭିଏସ୍ ବିଭାଗର ମୁଖ୍ୟ ପ୍ରଫେସର ଡା. ମନୋଜ ପଟ୍ଟନାୟକଙ୍କ ନେତୃତ୍ୱରେ ଏହି ଅସ୍ତ୍ରୋପଚାର କରାଯାଇଛି। ସମ୍ପୃକ୍ତ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ମେଡିକାଲ ପକ୍ଷରୁ ସୂଚନା ମିଳିଛି।

 

- Advertisement -

 

 

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories