www.samajalive.in
Sunday, December 14, 2025
15.1 C
Bhubaneswar

ରୁପାନ୍ତରିତ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

କଲ୍ୟାଣସିଂହପୁର : ରାୟଗଡ ଜିଲ୍ଲାରେ ପାରମ୍ପରିକ ଲୋକକଳା ମାଧ୍ୟମରେ ବିଭିନ୍ନ ଗ୍ରାମରେ ସରକାରଙ୍କ ଯୋଜନା ବିଷୟରେ ସଚେତନତା କରାଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପାରମ୍ପରିକ ଲୋକକଳା ମାଧ୍ୟମରେ ଗାଁ ଗାଁରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାର ବ୍ଲକ କଳା ସଂସ୍କୃତି ସଙ୍ଘ କଳାକାର ମାନଙ୍କୁ ପୂର୍ବରୁ ତାଲିମ ପ୍ରଦାନ କରାଯାଇଥିଲା। ରାୟଗଡା ଜିଲ୍ଲା ପ୍ରଶାସନର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଏବଂ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ସୂଚନା ଶିକ୍ଷା ଓ ଯୋଗାଯୋଗ ଉପକ୍ରମରେ ଲୋକକଳାର ପ୍ରୟୋଗ କରାଯାଇ ସଚେତନ କରାଯାଉଛି।
ରାଜ୍ୟ ସରକାରଙ୍କ ପ୍ରଗତିମୂଳକ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ଯୋଜନା ସମ୍ପର୍କରେ ମୁଖ୍ୟତଃ ସରକାରଙ୍କ ମମତା ଯୋଜନା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା,ଫସଲ ବୀମା ଯୋଜନା, ଫସଲ ଋଣ ସୁଧ ରିହାତି, ମଧୁବାବୁ ପେନସନ ଯୋଜନା, ଆମ ଓଡିଶା ନବୀନ ଓଡିଶା, ମିଶନ ଶକ୍ତି ,୫ଟି ସ୍କୁଲ ରୂପାନ୍ତୀକରଣ, କ୍ରୀଡା, ଓଡିଶା ଆଦର୍ଶ ବିଦ୍ୟାଳୟ, ଆମ ହସ୍ପିଟାଲ, ସ୍ୱତ୍ୱନ୍ତ୍ର ଉନ୍ନୟନ ପରିଷଦ, ଆମ ଐତିହ୍ୟ ଆମ ବ୍ୟାଙ୍କ ଓ ଲକ୍ଷ୍ମୀ ବସ ଆଦି ୧୫ଟି ଯୋଜନା ସମ୍ପର୍କରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ଗାଁ ମାନଙ୍କରେ ଜନସାଧାରଣଙ୍କୁ ସଚେତନ କରାଯାଉଛି।
ବ୍ଲକ ସ୍ତରରେ ପୁଣି ଦୁଇ ପର୍ଯ୍ୟାୟରେ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଦକ୍ଷିଣ ଓଡ଼ିଶାର ୪ଟି ଜିଲ୍ଲାପାଇଁ ପର୍ଯ୍ୟବେକ୍ଷକ ଗୁପ୍ତ ପ୍ରସାଦ ପାଣିଗ୍ରାହୀ, ଲୋକସମ୍ପର୍କ ବିଭାଗ ଉପନିର୍ଦ୍ଦେଶକ ତଥା ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ବସନ୍ତ ପ୍ରଧାନ, ଜିଲ୍ଲା କଳା ସଂସ୍କୃତି ସଙ୍ଘ ଉପସଭାପତି ସନ୍ତୋଷ କୁମାର ବଛା ଜିଲ୍ଲାର ବିଭିନ୍ନ ବ୍ଲକ ଓ ବିଭିନ୍ନ ପଞ୍ଚାୟତ ଗ୍ରାମରେ ଅନୁଷ୍ଠିତ ହେଉଥିବା ସଚେତନତା କାର୍ଯ୍ୟକ୍ରମ ପରିଦର୍ଶନ କରିଥିଲେ।  କଲ୍ୟାଣସିଂହପୁର ବ୍ଲକ୍ ରେ ହେଉଥିବା କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଅଧିକାରୀ ବିଶ୍ୱଜିତ ସିଂହ, ପୂଜାରିଗୁଡା ସରପଞ୍ଚ ସରପଞ୍ଚ ସିଙ୍ଗାରି ଗ୍ରାମପଞ୍ଚାୟତ ଉପସ୍ଥିତି ରହି ଓ କଳାକାରଙ୍କୁ ଉତ୍ସାହିତ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories