www.samajalive.in
Thursday, December 11, 2025
26.1 C
Bhubaneswar

ଉତ୍କଳରେ ଆନ୍ତଃ ବିଶ୍ବବିଦ୍ୟାଳୟ ପ୍ରତିଯୋଗିତା ୧୫ରୁ, ଅଂଶଗ୍ରହଣ କରିବେ ୩୮ଟି ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଉଚ୍ଚ ଶିକ୍ଷା ପରିଷଦର ପ୍ରୋତ୍ସାହନ ଓ ଆର୍ଥିକ ଅନୁଦାନରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତ।। ଏହି ପ୍ରତିଯୋଗିତାରେ ପ୍ରାୟ ୧୦୦୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଭବନରେ ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସାମ୍ବାଦିକ ସମ୍ମିଳନୀରେ ଦେଇଛନ୍ତି ସୂଚନା ଦେଇଛନ୍ତି।

କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି ଯେ ଓଡ଼ିଶାର ଗର୍ବ ଓ ଗୌରବ ଉତ୍କଳ ବିଶ୍ୱବିଦ୍ୟାଳୟ। ଉତ୍କଳ ବିଶ୍ୱବିଦ୍ୟାଳୟରେ ୫ ଦିନ ପାଇଁ ଆୟୋଜତ ହେଉଛି ଓଡ଼ିଶାର ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗୀତା-୨୦୨୪। ଫେବୃଆରୀ ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ଓଡ଼ିଶାର ୩୮ ବିଶ୍ୱବିଦ୍ୟାଳୟ ଅଂଶଗ୍ରହଣ କରିବେ। ୧୦୦, ୨୦୦, ୪୦୦, ୮୦୦ ଓ ୧୫୦୦ ମିଟର ଦୌଡ଼, ଲମ୍ବ ଡିଆଁ ଓ ଉଚ୍ଚ ଡିଆଁ, ଜାଭଲିନ ଥ୍ରୋ, ଡିସକସ ଥ୍ରୋ, ସଟଫୁଟ ଥ୍ରୋ, ହର୍ଡଲ୍ସ ଓ ରିଲେ ରେସ ଆଦି ୧୩ ବିଭାଗରେ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡ଼ାଙ୍ଗନ ଏବଂ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଅନୁଷ୍ଠିତ ହେବ।

- Advertisement -

ଉଦଘାଟନ ଉତ୍ସବରେ ଉଚ୍ଚ ଶିକ୍ଷା ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ସହିତ ଅଲିମ୍ପିକ କ୍ରୀଡ଼ାବିତ ଅନୁରାଧା ବିଶ୍ୱାଳ ଯୋଗଦେବେ। ଉଦଯାପନ ଦିବସରେ ମେୟର ସୁଲୋଚନା ଦାସଙ୍କ ସହିତ ଅନ୍ୟାନ୍ୟ ବିଶିଷ୍ଟ କ୍ରୀଡ଼ାବିତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରକାଶ କରିଥିଲେ।

ଏହି ଅବସରରେ କ୍ରୀଡ଼ା ପରିଷଦ ନିର୍ଦେଶକ ଡ. ବିଜୟ କୁମାର ସୁନ୍ଦରରାୟ କହିଛନ୍ତି ଯେ ସାରା ରାଜ୍ୟର ପ୍ରତିଯୋଗୀଙ୍କ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଆନ୍ତଃବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାର ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୩୦ ହଜାର, ଦ୍ୱିତୀୟଙ୍କୁ ୧୫ ହଜାର ଓ ତୃତୀୟଙ୍କୁ ୧୦ହଜାର ଟଙ୍କା ସହିତ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯିବ। ଶାନ୍ତିଶୃଙ୍ଖଳାର ସହ ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ କୁଳସଚିବ ଡ.କାହ୍ନୁଚରଣ ଧୀର ଏବଂ ବିତ୍ତ ନିୟନ୍ତ୍ରକ ଶ୍ରୀ ଗୌତମ ପ୍ରଧାନ ଉପସ୍ଥିତ ଥିଲେ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories