www.samajalive.in
Sunday, December 7, 2025
26.1 C
Bhubaneswar

ଓଡିଶା ଆସୁଛନ୍ତି ବରିଷ୍ଠ ବିଜେପି ନେତା ଶିବରାଜ ସିଂ ଚୌହାନ

ଭୁବନେଶ୍ବର: ୨୦୨୪ ଲଢେଇ ପାଇଁ ରାଜ୍ୟ ବିଜେପିର ସମର ସଜ୍ଜା। ମଙ୍ଗଳବାର ଓଡିଶା ଆସୁଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶିବରାଜ ସିଂ ଚୌହାନ୍। ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ । ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ବରରେ ପହଞ୍ଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମା ଶାରଳାଙ୍କୁ ଦର୍ଶନ କରି ଆର୍ଶୀବାଦ ନେବେ । ସନ୍ଧ୍ୟାରେ କଟକ ସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମଳିନୀରେ ଯୋଗଦେବେ। ଏବଂ କଟକର ଅଧିଷ୍ଟାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ କେବଳ ଶିବରାଜ ସିଂ ଚୌହାନ୍ ନୁହଁନ୍ତି , ମଙ୍ଗଳବାରଠୁ ଓଡିଶା ମୁହାଁ ହେଉଛନ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ। ଆସନ୍ତା ୧୫ ତାରିଖରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓଡିଶା ଆସୁଥିବାବେଳେ ୨୨ ତାରିଖରେ ରାଜନାଥ ସିଂ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories