www.samajalive.in
Wednesday, December 10, 2025
14.1 C
Bhubaneswar

ଭୁବନେଶ୍ବରରେ ଶିବରାଜ୍ ସିଂ ଚୌହାନ୍

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶିବରାଜ ସିଂ ଚୌହାନ୍ । ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମା ଶାରଳାଙ୍କୁ ଦର୍ଶନ କରି ଆର୍ଶୀବାଦ ନେବେ । ସନ୍ଧ୍ୟାରେ କଟକ ସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମଳିନୀରେ ଯୋଗଦେବେ। ଏବଂ କଟକର ଅଧିଷ୍ଟାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ କେବଳ ଶିବରାଜ ସିଂ ଚୌହାନ୍ ନୁହଁନ୍ତି , ମଙ୍ଗଳବାରଠୁ ଓଡିଶା ମୁହାଁ ହେଉଛନ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ। ଆସନ୍ତା ୧୫ ତାରିଖରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓଡିଶା ଆସୁଥିବାବେଳେ ୨୨ ତାରିଖରେ ରାଜନାଥ ସିଂ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories