www.samajalive.in
Monday, December 8, 2025
27.1 C
Bhubaneswar

ଚଳନ୍ତା ରେଳରେ ଛାତ୍ରୀଙ୍କୁ ଅସଦ୍‌ଆଚରଣ କଲେ ପ୍ରଧାନ ଶିକ୍ଷକ, ଭିଡିଓ ଭାଇରାଲ ପରେ ଶିକ୍ଷକ ଗିରଫ

ମାଲକାନଗିରି:  ଆଦିବାସୀ ଛାତ୍ରୀଙ୍କୁ ଅସଦ୍‌ଆଚରଣ ଅଭିଯୋଗରେ ମାଲକାନଗିରି ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଭୁତି ପ୍ରସାଦ ପଣ୍ଡା ଗିରଫ ହୋଇଛନ୍ତି। ହଷ୍ଟେଲର ଜଣେ ଆଦିବାସୀ ଛାତ୍ରୀଙ୍କ ସହ ଅସଦ୍‌ ଆଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ସାମାଜିକ ବିଜ୍ଞାନ ଶିକ୍ଷକ ବିଭୁତି ପ୍ରସାଦ ପଣ୍ଡା ୫ ଜଣ ଛାତ୍ରଛାତ୍ରୀଙ୍କୁୁ ନେଇ ଜାତୀୟ କ୍ରୀଡା ଉତ୍ସବରେ ଯୋଗଦେବା ଲାଗି ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଚଳନ୍ତା ଟ୍ରେନ୍ ଭିତରେ ଜଣେ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଶ୍ରୀ ପଣ୍ଡା ଯୌନ ନିର୍ଯାତନା ଦେଇଥିଲେ ।
ଯାହାର ଫୋଟୋ ଭାଇରାଲ ହେବା ପରେ ଗାଁ ଲୋକେ ବିଦ୍ୟାଳୟରେ ପହଞ୍ଚି ସଂପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ।
ଏହାପରେ ସେଠାରେ ମାଲକାନଗିରି ଆଦର୍ଶ ଥାନା ପୁଲିସ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଥିବା ସମୟରେ ସଂପୃକ୍ତ ଶିକ୍ଷକ ଜଣକ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ବୌଦ୍ଧ ଜିଲାରେ ଜଣେ ସମ୍ପର୍କୀୟଙ୍କ ଘରେ ପ୍ରଧାନ ଶିକ୍ଷକ ବିଭୁତି ପ୍ରସାଦ ପଣ୍ଡା ଲୁଚି ରହିଥିବା ଖବର ପାଇ ମାଲକାନଗିରି ପୁଲିସ ସେଠାକୁ ଯାଇଥିଲା । ଗତକାଲି ଶିକ୍ଷକଙ୍କୁ ଗିରଫ କରି ପୁଲିସ ମାଲକାନଗିରି ଆଣିଥିବା ବେଳେ ଆଜି କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ମାଲକାନଗିରି ଆଦର୍ଶ ଥାନା ଅଧିକାରି ରିଗାନ୍ କିଣ୍ଡୋ ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories