www.samajalive.in
Sunday, December 7, 2025
23.1 C
Bhubaneswar

ପବିତ୍ର ଶ୍ରୀପଞ୍ଚମୀ: ବୁଧବାରଠୁ ରଥ ନିର୍ମାଣ ପାଇଁ ଅନୁକୂଳ ହେବ ରଥକାଠ

ପୁୂରୀ: ବୁଧବାର ପବିତ୍ର ଶ୍ରୀପଞ୍ଚମୀ। ଏଥିଲାଗି ପୁରପଲ୍ଲୀ ଉତ୍ସବମୂଖରିତ ହୋଇଉଠିଛି। ସବୁଟି ବିଦ୍ୟାଦାତ୍ରୀ ମାଆ ସରସ୍ବତୀଙ୍କୁ ଆରାଧନା କରାଯାଉଛି। ଏହି ଅବସରରେ ଆଜିର ତିଥିରେ ଆଗାମୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ କରାଯିବ ।  ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନି ଖଣ୍ଡ  ବାର ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ପୂଜାର୍ଚ୍ଚନା କରାଯିବାର ବିଧି ରହିଛି।  ପରମ୍ପରା ଅନୁଯାୟୀ ରାଜ ପୁରୋହିତ ଓ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ବାରା ମା ସରସ୍ବତୀଙ୍କୁ ପୂଜାର୍ଚ୍ଚନା ପରେ ରଥଖଳାରେ ୩ ଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା  ସହ ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଭାବେ ଶାନ୍ତି ଶୃଙ୍ଖଳା ସହ ସମାପନ କରାଯିବ , ସେ ନେଇ ଶ୍ରୀଜିଉଙ୍କ ନିକଟରେ ପ୍ରାର୍ଥନା କରାଯିବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories