ଭୁବନେଶ୍ୱର: ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହେଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଅଶ୍ୱିନୀ ବୈଷ୍ଣବଙ୍କ ନାମ ଘୋଷଣା କରାଯାଇଛି। ଓଡ଼ିଶାରୁ ରାଜ୍ୟସଭା ଯିବେ ୩ ସଦସ୍ୟ। ମଙ୍ଗଳବାର ବିଜେଡିର ୨ଜଣ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁବାଶିଷ ଖୁଣ୍ଟିଆ ନାମାଙ୍କନ ଦାଖଲ କରିସାରିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିପାରନ୍ତି। ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ପକ୍ଷରୁ ସମର୍ଥନ ନେଇ ପ୍ରେସ ରିଲିଜ ଜାରି କରାଯାଇଛି। ବିଜେପିର ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବ।
Popular Categories



