www.samajalive.in
Monday, December 8, 2025
17.1 C
Bhubaneswar

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସୋନପୁର-ବୌଦ୍ଧ ରେଳ ସେକ୍ସନ ନୀରିକ୍ଷଣ 

ସମ୍ବଲପୁର : ପୂର୍ବତଟ ରେଳପଥ (ଇକୋଆର)ର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଇତିମଧ୍ୟରେ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସୋନପୁର ଏବଂ ବୌଦ୍ଧ ମଧ୍ୟରେ ଚାଲୁ ରହିଥିବା ରେଳ ଲାଇନ ପ୍ରକଳ୍ପର ନିର୍ମାଣାଧୀନ ରେଳ ଲାଇନ ସେକ୍ସନକୁ ନିରୀକ୍ଷଣ କରିଛନ୍ତି। ନିରୀକ୍ଷଣ ସମୟରେ ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ ଅଧିକାରୀ ଏବଂ ପ୍ରକଳ୍ପର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଅଧିକାରୀ ମାନଙ୍କ ସହିତ ସମ୍ବଲପୁର ରେଳ ମଣ୍ଡଳର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ନିରୀକ୍ଷଣ ସମୟରେ ଶ୍ରୀ ଶର୍ମା ଭିତ୍ତିଭୂମି କାର୍ଯ୍ୟର ସମୀକ୍ଷା କରିଥିଲେ ଏବଂ ଧାର୍ଯ୍ୟ ସମୟ ମଧ୍ୟରେ ନିର୍ମାଣ କାର୍ଯ୍ୟ ସମାପ୍ତ ହେବା ନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ଜନକୈନ୍ଦ୍ରିକ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ଉଭୟ ପଶ୍ଚିମ ଓ ଉପକୂଳ ଓଡିଶାକୁ ସଂଯୋଗ କରିବା ସହିତ ଦୁର୍ଗମ ଅଞ୍ଚଳ ଜିଲ୍ଲା ମାନଙ୍କୁ ମଧ୍ୟ ସେବା ଯୋଗାଇବ ଯାହାର ନିର୍ମାଣ କାର୍ଯ୍ୟ ନିଜେ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଜୀଙ୍କର ତୀକ୍ଷ୍ଣ ନଜରରେ ରଖାଯାଇଥିବା ପ୍ରକଳ୍ପ ଗୁଡିକର ଏକ ଅଂଶ।

- Advertisement -

ଏହି ପ୍ରକଳ୍ପର ମୋଟ ଦୈର୍ଘ୍ୟ ୩୦୧ କିମି ମଧ୍ୟରୁ ଏପର୍ଯ୍ୟନ୍ତ ମୋଟ ୧୫୨.୮୦୫ କିମି ରେଳ ଲାଇନ କାର୍ଯ୍ୟ ସମ୍ପାଦନ ହୋଇ ସାରିଛି ଏବଂ ଏହା ରେଳ ସେବା ଦ୍ୱାରା ଯାତ୍ରୀ ମାନଙ୍କୁ ସୁବିଧା ପ୍ରଦାନ କରାଯାଇଅଛି। ଏହି ପ୍ରକଳ୍ପ ଶୀଘ୍ର ଶେଷ ହେବା ପାଇଁ ରେଳବାଇ ଉଭୟ ପାର୍ଶ୍ୱରୁ ଅର୍ଥାତ୍ ଖୋର୍ଦ୍ଧା ରୋଡ୍ ଏବଂ ବଲାଙ୍ଗୀରରୁ ଏହି ଲାଇନ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଜାରି ରଖିଛି। ଖୋର୍ଦ୍ଧା ରୋଡ଼ରୁ ଦଶପଲ୍ଲା ପର୍ଯ୍ୟନ୍ତ ୧୦୫.୮ କିମି ଏବଂ ବାଲାଙ୍ଗୀରରୁ ସୋନେପୁର ପର୍ଯ୍ୟନ୍ତ ୪୭ କିମି କାର୍ଯ୍ୟ ସମାପ୍ତ ହୋଇସାରିଛି। ସୋନପୁରରୁ ପୁରୁଣାକଟକ ପର୍ଯ୍ୟନ୍ତ ପ୍ରାୟ ୭୩ କିମି ଦୈର୍ଘ୍ୟ ନୂତନ ରେଳପଥର କାର୍ଯ୍ୟ ଦ୍ରୁତଗତିରେ ଚାଲୁ ରହି ଥିବାବେଳେ ଆସନ୍ତା ଦୁଇମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରାଯିବାକୁ ସମୟ ଧାର୍ଯ୍ୟ ରଖାଯାଇଅଛି । ଅବଶିଷ୍ଟ ରେଳପଥ ନିର୍ମାଣ କାର୍ଯ୍ୟ ଅର୍ଥାତ୍ ଦଶପଲ୍ଲା ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ ୭୫ କିଲୋମିଟରର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୬ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ଆଶା କରାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories