www.samajalive.in
Sunday, December 7, 2025
14.1 C
Bhubaneswar

ଟ୍ବିନ୍‌ ସିଟିରେ ଘନ କୁହୁଡି: ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ବର : ଫେବୃଆରୀରୁ ବଢ଼ିଲାଣି ରାଜ୍ୟରେ ଅନେକ ସ୍ଥାନରେ ତାପମାତ୍ରା। ସେମିଳିଗୁଡ଼ା ବ୍ୟତୀତ ରାଜ୍ୟର ସମସ୍ତ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଥିବାବେଳେ ଦିନ ତାପମାତ୍ରା ମଧ୍ୟ ୧୧ଟି ସ୍ଥାନରେ ୩୩ ଡିଗ୍ରୀ କିମ୍ବା ତା’ଉପରେ ରହିଛି। ଭବାନୀପାଟଣା ଓ ଟିଟଲାଗଡ଼ର ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଛୁଇଁଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଘଟିବ ନାହିଁ। ଗତକାଲି କୋରାପୁଟରେ ୧୧.୬ ଡିଗ୍ରୀ, ଅନୁଗୋଳରେ ୧୪ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୧୪.୫ ଡିଗ୍ରୀ, ଭୁବନେଶ୍ବରରେ ୧୯.୯ ଏବଂ କଟକ ୧୯.୫ ଡିଗ୍ରୀ ରେକର୍ଡ଼ ହୋଇଛି। ପାରଳାଖେମୁଣ୍ଡି ଓ ମାଲକାନଗିରିରେ ଦିନରେ ୩୪ ଡିଗ୍ରୀ ଲେଖାଏଁ, ଭୁବନେଶ୍ବରରେ ୩୩ ଡିଗ୍ରୀ ଏବଂ କଟକରେ ୩୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି। ସେପଟେ କଟକ ଓ ଭୁବନେଶ୍ବରରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ପ୍ରବଳ କୁହୁଡି ଯୋଗୁଁ ଯାତାୟାତରେ ବାଧା ଉପୁଜିଛି।  ଗୁୁରୁବାର ଉତ୍ତର ଓଡ଼ିଶା, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ବୌଦ୍ଧରେ ହାଲୁକା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories